Family unrecorded

Khudurukuni

India

ଖୁଦୁରୁକୁଣୀ ଓଷା ଓଡ଼ିଶାର ଏକ ପାରମ୍ପାରିକ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହାକୁ କୁଆଁରୀ ଓଡ଼ିଆ ଝିଅମାନେ ପାଳନ କରିଥାନ୍ତି । ଏଥିରେ ଖୁଦୁରୁକୁଣୀଙ୍କର ପୂଜାର୍ଚ୍ଚନା କରାଯାଇଥାଏ ।

ଖୁଦୁରୁକୁଣୀ ଓଷା କୋଠୀରେ ମା ମଙ୍ଗଳା
Photo: DashNistha · CC BY-SA 4.0+ Add licensed photo →
Understand in 30 Seconds · In Plain Words

Quick guide to Khudurukuni

Sourced or Silent · CC BY-SA 4.0

ଖୁଦୁରୁକୁଣୀ ଓଷା ଓଡ଼ିଶାର ଏକ ପାରମ୍ପାରିକ ଓଷା ।

01 · What it is
Living Tradition

Documented cultural tradition on record; family classification awaits an editor.

02 · Where & name
India

Placed on record in India.

03 · How it is doing
□□□□ (Not yet assessed)

Documented in open cultural records, but no cited field assessment of its current vitality has been added here yet.

04 · Proof & reuse
2 cited sources

Every claim links to a public record below. Free to quote, teach, and share under CC BY-SA 4.0.

Chapter Takeaways
କିମ୍ବଦନ୍ତୀକିମ୍ବଦନ୍ତୀ ଅନୁସାରେ ପୁରାତନ ଯୁଗରେ ବର୍ତ୍ତମାନର କେନ୍ଦ୍ରାପଡ଼ା ଜିଲ୍ଲାର ସାତଭାୟା ସାତଜଣ ସାଧବ ଭାଇ ବୋଇତରେ ଦୂରଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ ।
ପାଳନ ବିଧିଏହା ଏକ ଭାଦ୍ରବ ମାସର ରବିବାରରେ ପଡ଼ିଥାଏ ।
Common Questions Answered on Record
What is Khudurukuni in plain words?

ଖୁଦୁରୁକୁଣୀ ଓଷା ଓଡ଼ିଶାର ଏକ ପାରମ୍ପାରିକ ଓଷା ।

Where is Khudurukuni practised or documented?

Sources on this page place Khudurukuni in India.

What is the current condition of Khudurukuni today?

□□□□ (Not yet assessed): Documented in open cultural records, but no cited field assessment of its current vitality has been added here yet.

How do I cite or share this Khudurukuni entry?

Cite as: "Khudurukuni." folkroom, https://folkroom.org/art-forms/khudurukuni, text CC BY-SA, with attribution.

Share or cite this roomNo tracking · CC BY-SA 4.0
WhatsAppXLinkedInRedditFacebook

The tradition & historical record

3 min read · 2 sources

ଖୁଦୁରୁକୁଣୀ ଓଷା ଓଡ଼ିଶାର ଏକ ପାରମ୍ପାରିକ ଓଷା । ଏହା ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଏହାକୁ କୁଆଁରୀ ଓଡ଼ିଆ ଝିଅମାନେ ପାଳନ କରିଥାନ୍ତି । ଏଥିରେ ଖୁଦୁରୁକୁଣୀଙ୍କର ପୂଜାର୍ଚ୍ଚନା କରାଯାଇଥାଏ । ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣୀଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି । 1

କିମ୍ବଦନ୍ତୀ

କିମ୍ବଦନ୍ତୀ ଅନୁସାରେ ପୁରାତନ ଯୁଗରେ ବର୍ତ୍ତମାନର କେନ୍ଦ୍ରାପଡ଼ା ଜିଲ୍ଲାର ସାତଭାୟା ସାତଜଣ ସାଧବ ଭାଇ ବୋଇତରେ ଦୂରଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ବର୍ଷରେ ଗୋଟିଏ ଦିନରେ ସେମାନେ ଘରକୁ ଲେଉଟି ଆସୁଥିଲେ । ଏହି ଦିନ ତାଙ୍କର ଗୋଟିଏ ମାତ୍ର ଭଉଣୀ ତଅପୋଇ ଏହି ଓଷା ଭାଇମାନଙ୍କର ଶୁଭ ମନାସିବା ପାଇଁ ପାଳୁଥିଲେ । ସେହି ଦିନଠାରୁ କୁଆଁରୀମାନେ ଏହା କରିବାର ବିଧି ରହିଛି । 1

ପାଳନ ବିଧି

ଏହା ଏକ ଭାଦ୍ରବ ମାସର ରବିବାରରେ ପଡ଼ିଥାଏ । ଏହି ଦିନ ସକାଳୁ କୁଆଁରୀ ଝିଅମାନେ ଖୁଦୁରୁକୁଣୀ ଠାକୁରାଣୀଙ୍କୁ ଖୁଦ ଭଜା, ଲିଆ, ଉଖୁଡ଼ା, କଣ୍ଟିଆଳି କାକୁଡ଼ି ଆଦି ଭୋଗ ଭାବରେ ଅର୍ପଣ କରିଥାନ୍ତି । ତେବେ ଖୁଦଭଜା ଠାକୁରାଣିଙ୍କର ସବୁଠୁ ପ୍ରିୟ ବୋଲି ମନେ କରାଯାଇଥାଏ ଓ ତାହାଙ୍କୁ "ଖୁଦରଙ୍କୁଣି" ବା ଖୁଦ ପାଇଁ ବାଇ ବୋଲି ଶ୍ରଦ୍ଧାରେ କୁହାଯାଇଥାଏ ଯାହା ପାଇଁ ତାହାଙ୍କର ନାମ ଖୁଦୁରୁକୁଣୀ ହୋଇଛି । ଝିଅମାନେ ଗାଧୋଇ ପାଧୋଇ କନିଅର, ଚମ୍ପା, ଗୋଡ଼ିବବାଣ, ମାଳତୀ, ମନ୍ଦାର ଓ କଇଁ ଆଦି ଫୁଲ ତୋଳି ମାଟିରେ ବା ବାଲିରେ ଛୋଟ ଛୋଟ ଦେଉଳ ତୋଳି ତାହାକୁ ଫୁଲରେ ସଜାଇଥାନ୍ତି ଓ ସେଥିରେ ଠାକୁରାଣିଙ୍କୁ ଅଧିଷ୍ଠିତ କରାଇ ପୂଜା କରିଥାନ୍ତି ଓ ଯେଝା ଘରକୁ ଲେଉଟିଆସିଥାନ୍ତି । ତାହା ପରେ ସେମାନେ ଅଢ଼େଇ ମୁଠା ଉଷୁନା ଚାଉଳରେ ବିନା ଲୁଣରେ ଭାତ ରାନ୍ଧିଥାନ୍ତି । ଭାତ ରନ୍ଧା ହେଲା ପରେ ସେଥିରେ ଲୁଣ ମିଶାଇଥାନ୍ତି । ଏହା ପରେ ସେମାନେ ଫୁଲ ମାଳ କରି ଠାକୁରାଣୀଙ୍କୁ ସଜାଇଥାନ୍ତି । ଗାଁମାନଙ୍କରେ ଖୁଦୁରୁକୁଣୀଙ୍କୁ ଢିଙ୍କିଶାଳରେ ପୂଜା କରାଯାଇଥାଏ । ଏହି ଜାଗାଟିକୁ ଗୋବରରେ ଲିପା ପୋଛା କରି ସେଠାରେ ଦେବୀଙ୍କୁ ଅଧିଷ୍ଠିତ କରାଯାଇଥାଏ । ଏଥିରେ ରଙ୍ଗବେରଙ୍ଗର ମୁରୁଜରେ ଝୋଟି ଚିତା ପକାଯାଇଥାଏ । ଫୁଲରେ ତୋରଣ ସବୁ ତିଆରି କରାଯାଇଥାଏ । ଦିନ ସାରା ଏହି ସଜାଣିରେ ସମୟ ବିତିବା ପରେ ସଞ୍ଜବେଳରେ ପୂଜା ଆରମ୍ଭ ହୋଇଥାଏ । ପାଳନ ବେଳେ ଝିଅମାନେ ଗୀତ ବୋଲିଥାନ୍ତି: 1

ଆମ ଭାଲକୁଣ୍ଡି ଖାଏ ଲିଆ, ତୁମ ଭାଲକୁଣ୍ଡି ମୁହଁରେ ନିଆଁ । ଏଥିରେ ଝିଅମାନେ ତଅପୋଇ ଗୀତ ଗାଇଥାନ୍ତି । ପିଢ଼ି ପରେ ପିଢ଼ି ଏହି ଗୀତ ଲୋକ ସାହିତ୍ୟ ଭାବରେ ଲୋକମୁଖରେ ଆଜି ଯାଏଁ ଚଳିଆସୁଅଛି । ଏବେ ଏହା ଛପା ହୋଇ ମିଳୁଅଛି । ପ୍ରଥମ ପାଳିରେ ଦୁର୍ଗାଙ୍କର ମହିଷାସୁର ବଧ ବାବଦରେ ବଖଣାଯାଇଅଛି । ୨ୟ ପାଳିଟି ହେଉଛି "ତଅପୋଇ", ଏଥିରେ ଏହି ସାଧବ ଝିଅର ଦୟନୀୟ କାହାଣୀ, ଭାଉଜମାନଙ୍କର ଦୂରାଚାର, ସାନ ଭାଉଜଙ୍କ ଦୟା ଓ ତଅପୋଇର ଉଦ୍ଧାର ଆଦି ବଖଣାଯାଇଅଛି । ଏହି ଦୁଇଟି ପାଳି ଏହି ଓଷାରେ ପଢ଼ାଯାଇଥାଏ । ପ୍ରଥମଟିରେ ଦୁର୍ଗାଙ୍କର ଅସୁର ଶକ୍ତିର ବିନାଶ ଓ ଦ୍ୱିତୀୟଟିରେ ତଅପୋଇର ଦୁଃଖ, କଷଣକୁ ସହିବା ଓ ତାହାପରର ଆନନ୍ଦ ଏହି ଓଷାର ମୁଖ୍ୟ ବିଷୟ ହୋଇଥାଏ । ପୂଜା ଓ ବନ୍ଦାପନା ଶେଷରେ ଖୁଦୁରୁକୁଣୀଙ୍କ ମୂର୍ତ୍ତୀକୁ ଜଳ-ବିସର୍ଜନ କରାଯାଇଥାଏ । 1

The text above is adapted from the Wikipedia article “ଖୁଦୁରୁକୁଣୀ ଓଷା”, available under the Creative Commons Attribution-ShareAlike 4.0 licence. 1

Khudurukuni is festival in Odisha, India, according to the structured record cited below. This entry was generated automatically from that record and has not yet been reviewed by a person familiar with the tradition. 2

No recording linked yet — know one? Point at it →
Sourced or Silent · Still Open

Questions awaiting a cited source

+ Answer with a source →
How many people perform it today?
When is it first attested, and by whom?